Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ତୁମ୍ଭେମାନେ ଯେବେ ସେରୂପ ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।

Gade chapit la Kopi

ପବିତ୍ର ବାଇବଲ

23 ମାତ୍ର ତୁମ୍ଭେମାନେ ଯେବେ ତାହା ନ କର, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭେମାନେ ଦଣ୍ତିତ ହେବ।

Gade chapit la Kopi




ଗଣନା ପୁସ୍ତକ 32:23
21 Referans Kwoze  

କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;


ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”


ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”


ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,


ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”


ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।


Swiv nou:

Piblisite


Piblisite