Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

Gade chapit la Kopi




ଗଣନା ପୁସ୍ତକ 34:3
9 Referans Kwoze  

ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।


ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।


ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


Swiv nou:

Piblisite


Piblisite