Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ମୋୟାବ ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ଆରପାରିରେ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 35:1
12 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।


ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।


ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।


ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।


ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,


କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।


ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।


ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;


ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।


Swiv nou:

Piblisite


Piblisite