Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ।

Gade chapit la Kopi




ଗଣନା ପୁସ୍ତକ 35:2
14 Referans Kwoze  

ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।


ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,


ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।


ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,


କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।


ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।


ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।


ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।


Swiv nou:

Piblisite


Piblisite