Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।

Gade chapit la Kopi

ପବିତ୍ର ବାଇବଲ

6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁସବୁ ନଗର ଦେବ ତହିଁରୁ ଛଅଟି ଆଶ୍ରୟ ନଗର ହେବ। ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ତାହା ଛଡ଼ା ଆହୁରି ବୟାଳିଶ୍‌ଟି ନଗର ହେବ।

Gade chapit la Kopi




ଗଣନା ପୁସ୍ତକ 35:6
18 Referans Kwoze  

ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,


ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।


ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;


ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,


ପୁଣି ରୁବେନ୍‍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।


ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।


ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।


ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।


ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।


Swiv nou:

Piblisite


Piblisite