Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ !

Gade chapit la Kopi

ଓଡିଆ ବାଇବେଲ

18 “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” !

Gade chapit la Kopi

ପବିତ୍ର ବାଇବଲ

18 “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକି ଅଲଗା କରିଦିଅ ନାହିଁ।

Gade chapit la Kopi




ଗଣନା ପୁସ୍ତକ 4:18
13 Referans Kwoze  

ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।


ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”


ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,


ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।


ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”


Swiv nou:

Piblisite


Piblisite