Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

20 ସେମାନେ ପବିତ୍ର ବସ୍ତ୍ରକୁ ଦେଖିବା ଉଚିତ୍ ନୁହେଁ, ସେମାନେ ଯେତେବେଳେ ଯିବା ପାଇଁ ସଜାଡ଼ୁଛନ୍ତି। କାରଣ ଯଦି ସେମାନେ ତାହା କରନ୍ତି, ତେବେ ସେମାନେ ମରିଯିବେ।”

Gade chapit la Kopi




ଗଣନା ପୁସ୍ତକ 4:20
11 Referans Kwoze  

ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।


ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।


Swiv nou:

Piblisite


Piblisite