Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ।

Gade chapit la Kopi

ଓଡିଆ ବାଇବେଲ

32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।

Gade chapit la Kopi

ପବିତ୍ର ବାଇବଲ

32 ସେମାନେ ପ୍ରାଙ୍ଗଣର ବାଡର ଖମ୍ବକୁ, ସେଗୁଡ଼ିକର ଭିତ୍ତିକୁ, ସେଗୁଡ଼ିକର ଖିଲକୁ, ସେଗୁଡ଼ିକର ରଜ୍ଜକୁ, ତାହା ସହିତ ସଂଯୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ନିର୍ଦ୍ଧିଷ୍ଟ କାର୍ଯ୍ୟଭାର ବହନ କରିବାକୁ ଦେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 4:32
12 Referans Kwoze  

ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।


ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।


ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;


ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।


ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।


ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।


ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,


ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”


ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।


ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।


ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।


Swiv nou:

Piblisite


Piblisite