Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଏହି ଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ଵାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ (ଏପରି ହେଉ) କହିବ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

Gade chapit la Kopi

ପବିତ୍ର ବାଇବଲ

22 ତହିଁରେ ‘ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ଯିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡ଼ିଯିବାର କାରଣ ହେବ’ ଏବଂ ସେହି ସ୍ତ୍ରୀ କହିବ ‘ଆମେନ୍! ଆମେନ୍!’

Gade chapit la Kopi




ଗଣନା ପୁସ୍ତକ 5:22
16 Referans Kwoze  

ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।


ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।


ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍, ଆମେନ୍‍।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।


ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।


ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।


Swiv nou:

Piblisite


Piblisite