Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସେ ସେହି ସ୍ତ୍ରୀକି ଜଳ ପାନ କରାଇଲେ ଏପରି ହେବ, ଯେବେ ସେହି ସ୍ତ୍ରୀ ଆପଣା ସ୍ଵାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

27 ଯେବେ ସେହି ସ୍ତ୍ରୀ ଭ୍ରଷ୍ଟ ଚରିତ୍ର ଏବଂ ତା'ର ସ୍ୱାମୀ ପ୍ରତି ଅବିଶ୍ୱସ୍ତ ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ଯନ୍ତ୍ରଣା ଦେବ। ତାହାର ପ୍ରଜନନ ଅଙ୍ଗ ଫୁଲିବ ଏବଂ ଓହଳି ପଡ଼ିବ। ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ୱରୂପ ହେବ।

Gade chapit la Kopi




ଗଣନା ପୁସ୍ତକ 5:27
18 Referans Kwoze  

କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”


ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;


ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।


ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।


Swiv nou:

Piblisite


Piblisite