Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Gade chapit la Kopi

ଓଡିଆ ବାଇବେଲ

7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ।

Gade chapit la Kopi




ଗଣନା ପୁସ୍ତକ 5:7
14 Referans Kwoze  

ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।


“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;


ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।


Swiv nou:

Piblisite


Piblisite