Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଓ ଏକ ଡାଲା ତାଡ଼ିଶୂନ୍ୟ ରୋଟୀ, ତୈଳମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

15 ସେ ଉତ୍ସର୍ଗ କରିବ, ଏକ ଡାଲା ତାଡ଼ିଶୂନ୍ୟ ରୋଟୀ ଭଲ ମଇଦାରେ, ତେଲ ମିଶାଇ ବନାଇବ ଏବଂ ତାଡ଼ିଶୂନ୍ୟ ସରୁ ପିଠା ତେଲ ତାହା ଉପରେ ଦେଇ ବନା ହେବ। ଓ ତହିଁର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 6:15
15 Referans Kwoze  

ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।


ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।


ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।


କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।


ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।


ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”


“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।


କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।


ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।


Swiv nou:

Piblisite


Piblisite