Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।

Gade chapit la Kopi

ଓଡିଆ ବାଇବେଲ

17 ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।

Gade chapit la Kopi

ପବିତ୍ର ବାଇବଲ

17 ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ।

Gade chapit la Kopi




ଗଣନା ପୁସ୍ତକ 8:17
18 Referans Kwoze  

“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।


ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।


ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।


ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;


କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”


ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।


ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।


ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।


ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।


Swiv nou:

Piblisite


Piblisite