Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପାପାର୍ଥକ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କ ଶୁଚି କରିବାକୁ ଏହିରୂପେ କର। ସେମାନଙ୍କ ଉପରେ ଶୁଦ୍ଧ ଜଳ ସିଞ୍ଚନ କର ଓ ସେମାନେ ନିଜ ନିଜ ସମଗ୍ର ଶରୀର କ୍ଷୌର କରିବେ ଏବଂ ବସ୍ତ୍ର ଧୋଇବେ। ଏହିପରି ସେମାନେ ନିଜକୁ ନିଜେ ଶୁଚି କରନ୍ତୁ।

Gade chapit la Kopi




ଗଣନା ପୁସ୍ତକ 8:7
24 Referans Kwoze  

ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।


ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”


ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।


ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।


Swiv nou:

Piblisite


Piblisite