Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତେବେଳେ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ଯାତ୍ରା କଲେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 9:19
7 Referans Kwoze  

“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।


ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।


ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।


Swiv nou:

Piblisite


Piblisite