Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାରପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।

Gade chapit la Kopi




ଗଣନା ପୁସ୍ତକ 9:6
16 Referans Kwoze  

ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,


ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି


ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।


ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।


ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।


ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।


ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।


ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।


ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”


କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।


Swiv nou:

Piblisite


Piblisite