Biblia Todo Logo
Bib sou entènèt

- Piblisite -




ଓବଦୀୟ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଙ୍କଟ ଦିନରେ ଦର୍ପ କଥା କୁହ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କହ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କୁହ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ତୁମ୍ଭର ଭାଇର ଦୁଃଖରେ ହସିଥିଲ। ତୁମ୍ଭେ ତାହା କରିବା ଉଚିତ୍ ନ ଥିଲା। ଯେତେବେଳେ ଯିହୁଦା ଧ୍ୱଂସ ହେଲା, ତୁମ୍ଭେ ଖୁସୀ ହେଲ। ତାହା ମଧ୍ୟ ତୁମ୍ଭର କରିବା ଉଚିତ୍ ନ ଥିଲା। ତୁମ୍ଭେ ସେମାନଙ୍କ ଦୁଃଖରେ ଯେଉଁ ବଡ଼ିମା ଦେଖାଇଲ ତାହା ତୁମ୍ଭର କରିବା ଉଚିତ୍ ନ ଥିଲା।

Gade chapit la Kopi




ଓବଦୀୟ 1:12
27 Referans Kwoze  

ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”


ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”


ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।


ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।


ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।


ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।


ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;


ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।


ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।


ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।


ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।


ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।


ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;


ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।


ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;


Swiv nou:

Piblisite


Piblisite