Biblia Todo Logo
Bib sou entènèt

- Piblisite -




ଫିଲୀମନ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି :

Gade chapit la Kopi

ଓଡିଆ ବାଇବେଲ

10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତଥାପି ମୁଁ ବିନୟ ପୂର୍ବକ ଏହା କହୁଛି। ଏହି ବନ୍ଦୀ ଅବସ୍ଥାରେ ମୁଁ ଯାହାଙ୍କୁ ଖ୍ରୀଷ୍ଟଙ୍କ ଯୋଗୁଁ ନିଜ ପୁତ୍ର ସ୍ୱରୂପେ ପାଇଛି, ସେହି ଅନୀସିମସ୍ ପାଇଁ ମୋର ଏହି ଅନୁରୋଧ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା।

Gade chapit la Kopi




ଫିଲୀମନ 1:10
14 Referans Kwoze  

ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।


କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।


ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।


ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।


ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।


ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,


ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,


ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।


Swiv nou:

Piblisite


Piblisite