Biblia Todo Logo
Bib sou entènèt

- Piblisite -




ଫିଲୀମନ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ତୁମ୍ଭ ବିଶ୍ଵାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ଵନ୍ଧୀୟ ଜ୍ଞାନ ଦ୍ଵାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।

Gade chapit la Kopi

ଓଡିଆ ବାଇବେଲ

6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା।

Gade chapit la Kopi

ପବିତ୍ର ବାଇବଲ

6 ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।

Gade chapit la Kopi




ଫିଲୀମନ 1:6
18 Referans Kwoze  

ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ


ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।


ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;


ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।


Swiv nou:

Piblisite


Piblisite