Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ,

Gade chapit la Kopi

ଓଡିଆ ବାଇବେଲ

10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବ

Gade chapit la Kopi

ପବିତ୍ର ବାଇବଲ

10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ;

Gade chapit la Kopi




ଫିଲିପୀୟ 1:10
43 Referans Kwoze  

ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,


ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ବରଂ ସମସ୍ତ ବିଷୟ ପରୀକ୍ଷା କର;


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”


ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;


ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।


ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;


କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।


ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?


ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”


ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।


କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;


କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।


ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।


କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।


Swiv nou:

Piblisite


Piblisite