Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସଦ୍ଭାବରେ ତାହା କରୁଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଅବଶ୍ୟ ସେମାନଙ୍କ ମଧ୍ୟରୁ କେତେକ କଳହପ୍ରିୟ ଓ ଈର୍ଷାନ୍ୱିତ ହୋଇ ପ୍ରଚାର କାର୍ଯ୍ୟରେ ଏବେ ଲାଗି ପଡ଼ିଛନ୍ତି। କିନ୍ତୁ ଅନ୍ୟମାନେ ଆନ୍ତରିକତା ସହିତ ତାହା କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ଏହା ସତ୍ୟ ଯେ ସେମାନଙ୍କ ଭିତରୁ କେତେଜଣ କଠୋର ଓ ଈର୍ଷାନ୍ୱିତ ହୋଇ ବିବାଦ ମନୋଭାବ ନେଇ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍‌‌ଭାବରେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି।

Gade chapit la Kopi




ଫିଲିପୀୟ 1:15
22 Referans Kwoze  

ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।


ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।


ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।


ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।


ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


Swiv nou:

Piblisite


Piblisite