Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,

Gade chapit la Kopi

ଓଡିଆ ବାଇବେଲ

19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କାରଣ, ମୁଁ ଜାଣେ ତୁମ୍ଭମାନଙ୍କର ପ୍ରାର୍ଥନା ଓ ଯୀଶୁ ଖ୍ରୀଷ୍ଟଙ୍କର ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ମୁଁ ମୁକ୍ତି ଲାଭ କରିବି।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ମୋ’ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମା ମୋତେ ସାହାଯ୍ୟ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମୋ’ ପରିତ୍ରାଣର କାରଣ ହେବ।

Gade chapit la Kopi




ଫିଲିପୀୟ 1:19
11 Referans Kwoze  

ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।


ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।


ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?


ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।


Swiv nou:

Piblisite


Piblisite