Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।

Gade chapit la Kopi

ଓଡିଆ ବାଇବେଲ

26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ତାହାହେଲେ, ତୁମ୍ଭେମାନେ ଜୀବନରେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ମୋ’ ପାଇଁ ଅଧିକ ଗର୍ବ ଅନୁଭବ କରିପାରିବ।

Gade chapit la Kopi

ପବିତ୍ର ବାଇବଲ

26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ।

Gade chapit la Kopi




ଫିଲିପୀୟ 1:26
14 Referans Kwoze  

ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।


ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;


Swiv nou:

Piblisite


Piblisite