Biblia Todo Logo
Bib sou entènèt

- Piblisite -




ଫିଲିପୀୟ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।

Gade chapit la Kopi

ଓଡିଆ ବାଇବେଲ

14 ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହାୟତାରେ ଯେଉଁ ସ୍ୱର୍ଗୀୟ ଜୀବନ ଲାଭ କରିବା ପାଇଁ ଈଶ୍ୱର ମୋତେ ଆହ୍ୱାନ କରିଛନ୍ତି ସେହି ପୁରସ୍କାର ପ୍ରତି ଦୃଷ୍ଟି ରଖି ମୁଁ ଲକ୍ଷ୍ୟ ସ୍ଥଳଆଡ଼କୁ ଦୌଡ଼ୁଛି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।

Gade chapit la Kopi




ଫିଲିପୀୟ 3:14
20 Referans Kwoze  

ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।


ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।


କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


Swiv nou:

Piblisite


Piblisite