Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ।

Gade chapit la Kopi

ଓଡିଆ ବାଇବେଲ

6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର;

Gade chapit la Kopi

ପବିତ୍ର ବାଇବଲ

6 କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।

Gade chapit la Kopi




ଫିଲିପୀୟ 4:6
45 Referans Kwoze  

ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।


ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।


ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।


ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;


ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।


କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।


ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,


ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,


ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।


କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।


ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।


ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର।


ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;


ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।


ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,


ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;


Swiv nou:

Piblisite


Piblisite