Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

Gade chapit la Kopi

ଓଡିଆ ବାଇବେଲ

12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

Gade chapit la Kopi

ପବିତ୍ର ବାଇବଲ

12 ଯିଏ ଆପଣାର ପ୍ରତିବାସୀକୁ ତାଛଲ୍ୟ ମନୋଭାବ ଦେଖାଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହୋଇ ରହେ।

Gade chapit la Kopi




ହିତୋପଦେଶ 11:12
15 Referans Kwoze  

ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।


ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।


ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


ତହୁଁ ସବୂଲ୍‍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍‍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର?”


ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।


ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।


ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।


Swiv nou:

Piblisite


Piblisite