Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

9 ଜଣେ ଦୁଷ୍ଟ ମନୁଷ୍ୟ ତା'ର କୁବାକ୍ୟଗୁଡ଼ିକରେ ତା'ର କୁମୁଖରେ ପ୍ରତିବାସୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ଜ୍ଞାନର ସହିତ ସେମାନଙ୍କୁ ରକ୍ଷା କରନ୍ତି।

Gade chapit la Kopi




ହିତୋପଦେଶ 11:9
26 Referans Kwoze  

କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।


ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।


ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।


ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।


Swiv nou:

Piblisite


Piblisite