Biblia Todo Logo
Bib sou entènèt

- Piblisite -




ହିତୋପଦେଶ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?

Gade chapit la Kopi

ଓଡିଆ ବାଇବେଲ

11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?

Gade chapit la Kopi

ପବିତ୍ର ବାଇବଲ

11 ମୃତ୍ୟୁ ଓ ବିନାଶ ସଦାପ୍ରଭୁଙ୍କ ଆଗରେ ଖୋଲା ପଡ଼ିଥାଏ। ଲୋକମାନଙ୍କର ହୃଦୟର ଅଭିପ୍ରାୟ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା

Gade chapit la Kopi




ହିତୋପଦେଶ 15:11
17 Referans Kwoze  

ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ


ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।


ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।


ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।


ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


Swiv nou:

Piblisite


Piblisite