Biblia Todo Logo
Bib sou entènèt

- Piblisite -




ହିତୋପଦେଶ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

3 ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା'ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।

Gade chapit la Kopi




ହିତୋପଦେଶ 19:3
21 Referans Kwoze  

ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।


ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।


ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।


କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।


ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?


ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?


Swiv nou:

Piblisite


Piblisite