Biblia Todo Logo
Bib sou entènèt

- Piblisite -




ହିତୋପଦେଶ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ

Gade chapit la Kopi

ଓଡିଆ ବାଇବେଲ

4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;

Gade chapit la Kopi

ପବିତ୍ର ବାଇବଲ

4 ନ୍ୟାୟ ରୂପା ତୁଲ୍ୟ ଅଟେ, ତାକୁ ଖୋଜ। ପୋତାଧନ ପରି ତା'ର ଅନ୍ୱେଷଣ କର।

Gade chapit la Kopi




ହିତୋପଦେଶ 2:4
20 Referans Kwoze  

“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!


ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।


ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।


ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।


ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍‍।


ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”


ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।


Swiv nou:

Piblisite


Piblisite