Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ୟ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପାରେ, “ଖାଅ ପିଅ” କିନ୍ତୁ ତାହା ତା'ର ଅନ୍ତରର କଥା ନୁହେଁ।

Gade chapit la Kopi




ହିତୋପଦେଶ 23:7
12 Referans Kwoze  

ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”


ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।


ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।


ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।


ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।


ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।


ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।


Swiv nou:

Piblisite


Piblisite