Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ

10 ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

Gade chapit la Kopi




ହିତୋପଦେଶ 3:10
15 Referans Kwoze  

ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।


ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।


ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”


ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।


ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;


ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”


Swiv nou:

Piblisite


Piblisite