Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।

Gade chapit la Kopi

ପବିତ୍ର ବାଇବଲ

12 ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

Gade chapit la Kopi




ହିତୋପଦେଶ 9:12
13 Referans Kwoze  

ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।


ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।


ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।


ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।


କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।


ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।


ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।


ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।


ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।


Swiv nou:

Piblisite


Piblisite