Biblia Todo Logo
Bib sou entènèt

- Piblisite -




ଗୀତସଂହିତା 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି। ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”

Gade chapit la Kopi




ଗୀତସଂହିତା 10:11
13 Referans Kwoze  

ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


ପୁଣି, “ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।”


ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”


ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”


ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।


କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।


ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


Swiv nou:

Piblisite


Piblisite