Biblia Todo Logo
Bib sou entènèt

- Piblisite -




ଗୀତସଂହିତା 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।

Gade chapit la Kopi

ଓଡିଆ ବାଇବେଲ

6 ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”

Gade chapit la Kopi

ପବିତ୍ର ବାଇବଲ

6 ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ। ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”

Gade chapit la Kopi




ଗୀତସଂହିତା 10:6
11 Referans Kwoze  

କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି


ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।


ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


Swiv nou:

Piblisite


Piblisite