Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ଓଡିଆ ବାଇବେଲ

2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ

2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ। ମୋ’ ପ୍ରତି କର୍ଣ୍ଣପାତ କର। ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।

Gade chapit la Kopi




ଗୀତସଂହିତା 102:2
21 Referans Kwoze  

ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।


ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।


ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।


ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।


ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।


ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”


ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।


Swiv nou:

Piblisite


Piblisite