Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।

Gade chapit la Kopi

ଓଡିଆ ବାଇବେଲ

28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।

Gade chapit la Kopi

ପବିତ୍ର ବାଇବଲ

28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”

Gade chapit la Kopi




ଗୀତସଂହିତା 102:28
14 Referans Kwoze  

କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା]


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ


ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।


Swiv nou:

Piblisite


Piblisite