Biblia Todo Logo
Bib sou entènèt

- Piblisite -




ଗୀତସଂହିତା 103:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Gade chapit la Kopi

ପବିତ୍ର ବାଇବଲ

1 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 103:1
19 Referans Kwoze  

ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”


ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।


ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।


ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


Swiv nou:

Piblisite


Piblisite