Biblia Todo Logo
Bib sou entènèt

- Piblisite -




ଗୀତସଂହିତା 104:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ଵର୍ଯ୍ୟରେ ବିଭୂଷିତ।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।

Gade chapit la Kopi

ପବିତ୍ର ବାଇବଲ

1 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।

Gade chapit la Kopi




ଗୀତସଂହିତା 104:1
16 Referans Kwoze  

ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।


ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।


ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।


ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।


ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।


ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।


ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।


କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।


Swiv nou:

Piblisite


Piblisite