Biblia Todo Logo
Bib sou entènèt

- Piblisite -




ଗୀତସଂହିତା 104:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକି ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ। ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

Gade chapit la Kopi




ଗୀତସଂହିତା 104:9
6 Referans Kwoze  

ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


Swiv nou:

Piblisite


Piblisite