Biblia Todo Logo
Bib sou entènèt

- Piblisite -




ଗୀତସଂହିତା 115:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।

Gade chapit la Kopi




ଗୀତସଂହିତା 115:1
17 Referans Kwoze  

ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।


ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।


ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।


ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”


ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


Swiv nou:

Piblisite


Piblisite