Biblia Todo Logo
Bib sou entènèt

- Piblisite -




ଗୀତସଂହିତା 119:103 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

103 ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

103 ମୋʼ ତୁଣ୍ତକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !

Gade chapit la Kopi

ଓଡିଆ ବାଇବେଲ

103 ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !

Gade chapit la Kopi

ପବିତ୍ର ବାଇବଲ

103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।

Gade chapit la Kopi




ଗୀତସଂହିତା 119:103
12 Referans Kwoze  

ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।


କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;


ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।


ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।


Swiv nou:

Piblisite


Piblisite