Biblia Todo Logo
Bib sou entènèt

- Piblisite -




ଗୀତସଂହିତା 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।

Gade chapit la Kopi




ଗୀତସଂହିତା 12:1
18 Referans Kwoze  

ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ।


ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।


ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।


ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?


ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।


ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।


ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।


ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।


ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


Swiv nou:

Piblisite


Piblisite