Biblia Todo Logo
Bib sou entènèt

- Piblisite -




ଗୀତସଂହିତା 121:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା।

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।

Gade chapit la Kopi




ଗୀତସଂହିତା 121:5
8 Referans Kwoze  

କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।


ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;


କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


Swiv nou:

Piblisite


Piblisite