Biblia Todo Logo
Bib sou entènèt

- Piblisite -




ଗୀତସଂହିତା 122:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

Gade chapit la Kopi

ପବିତ୍ର ବାଇବଲ

5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।

Gade chapit la Kopi




ଗୀତସଂହିତା 122:5
6 Referans Kwoze  

ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;


ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।


ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।


ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।


ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।


ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।


Swiv nou:

Piblisite


Piblisite