Biblia Todo Logo
Bib sou entènèt

- Piblisite -




ଗୀତସଂହିତା 131:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।

Gade chapit la Kopi




ଗୀତସଂହିତା 131:1
26 Referans Kwoze  

ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।


ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!


ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”


ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।”


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।


ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!


ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।


ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”


ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।


Swiv nou:

Piblisite


Piblisite