Biblia Todo Logo
Bib sou entènèt

- Piblisite -




ଗୀତସଂହିତା 131:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

Gade chapit la Kopi

ଓଡିଆ ବାଇବେଲ

2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା'ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

Gade chapit la Kopi




ଗୀତସଂହିତା 131:2
16 Referans Kwoze  

ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”


ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।


Swiv nou:

Piblisite


Piblisite