Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ।

Gade chapit la Kopi

ଓଡିଆ ବାଇବେଲ

24 ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।

Gade chapit la Kopi

ପବିତ୍ର ବାଇବଲ

24 ଏହା ନିଶ୍ଚିତ କର ଯେ, ମୁଁ କୌଣସି ଦୁଷ୍ଟତାର ବାଟରେ ଯାଇ ନାହିଁ। ମୋତେ ସେହି ବାଟରେ ଆଗେଇ ନିଅ, ଯାହା ସବୁଦିନ ପାଇଁ ସତ୍ୟ ହୋଇଅଛି।

Gade chapit la Kopi




ଗୀତସଂହିତା 139:24
17 Referans Kwoze  

ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।


ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।


ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।


ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।


ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।


ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।


Swiv nou:

Piblisite


Piblisite