Biblia Todo Logo
Bib sou entènèt

- Piblisite -




ଗୀତସଂହିତା 142:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।

Gade chapit la Kopi

ଓଡିଆ ବାଇବେଲ

7 କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”

Gade chapit la Kopi

ପବିତ୍ର ବାଇବଲ

7 ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। ଧାର୍ମିକମାନେ ମୋ’ ସହିତ ପାଳନ କରିବେ, କାରଣ ତୁମ୍ଭେ ମୋର ଯତ୍ନ ନେଲ।

Gade chapit la Kopi




ଗୀତସଂହିତା 142:7
20 Referans Kwoze  

ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।


ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;


ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।


ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।


ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।


ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।


ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।


Swiv nou:

Piblisite


Piblisite