Biblia Todo Logo
Bib sou entènèt

- Piblisite -




ଗୀତସଂହିତା 146:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 146:10
13 Referans Kwoze  

ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।


ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”


ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।


ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;


ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!


Swiv nou:

Piblisite


Piblisite